ଓଡ଼ିଶା

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ – ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ – ଲୋକାର୍ପିତ କରିଛନ୍ତି ।  ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିତେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ ।  

ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ବାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି।   ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ବାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି । ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି

Leave a Reply

Your email address will not be published.

Back to top button