ବସରେ ନିଆଁ, ୧୧ ମୃତ

Spread the love

ମହାରାଷ୍ଟ୍ରର ନାଶିକରେ ଅଘଟଣ। ଗତକାଲି ରାତିରେ ଏକ ଯାତ୍ରୀବାହୀ ବସରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୧ଜଣଙ୍କ  ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହାତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଅଗ୍ନିସମ ବାହିନୀ ଏବଂ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ପୋଲିସ ଗୁରୁତର ଏବଂ ମୃତଦେହକୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନ ମୃତ୍ୟୁର ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଥିବା ସୂଚନା ଦେଇଛି ନାଶିକ ପୋଲିସ। ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟାତା ରାଶି ଘୋଷଣା କରିଛନ୍ତି। ସେପଟେ ପ୍ରଧାନମନ୍ତ୍ରୀ ଘଟଣାକୁ ନେଇ ଦୁଃଖ ପ୍ରକାଶ କିରିଛନ୍ତି। ଏହାସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଏବଂ ଆହତଙ୍କୁ ୫୦ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।

Leave a Reply

Your email address will not be published. Required fields are marked *