ବଜେଟ ପ୍ରସ୍ତୁତି ଆରମ୍ଭ ନେଇ ଅର୍ଥ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Spread the love

ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାରୋଟି ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଭାଗର କାର୍ଯ୍ୟକାରୀତା ସମ୍ପର୍କରେ ବିଭାଗୀୟ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ। ଗୃହ, ଅର୍ଥ, ଜଳସମ୍ପଦ ଓ ଯୋଜନା ଓ ସଂଯୋଜନା ବିଭାଗର ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସରକାରରେ ଚାଷୀଙ୍କୁ ଅଧିକ ଫୋକସ କରାଯାଇଛି । ତେଣୁ ଚାଷ ଜମିକୁ ପାଣି ଯୋଗାଇ ଦେବା ଏବଂ ମୌସୁମୀକୁ ଆଖି ଆଗରେ ରଖି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଲୋକେ କିଭଳି ଭାବେ ବିଭିନ୍ନ ଯୋଜନାରୁ ଉପକୃତ ହେବେ ତାହା ଉପରେ ଧ୍ୟାନ ଦେବାକୁ କୁହା ଯାଇଛି। ନିର୍ବାଚନ ସମୟରେ ସରକାରୀ ଦଳ ପକ୍ଷରୁ ଜାରି କରାଯାଇଥିବା ଇସ୍ତାହାରକୁ କିଭଳି ଭାବେ ପୂରଣ କରାଯିବ ତାକୁ ଅନୁଧ୍ୟାନ କରି ଖସଡ଼ା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *