ଅପରା ଜଳକ୍ରୀଡ଼ା ଏକାଦଶୀ

ପୁରୀ : ଗତକାଲି ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଜଳକ୍ରୀଡ଼ା ଏକାଦଶୀ ଥିଲା।  ଅପରା ଏକାଦଶୀ ” ବା ” ଶମ୍ଭୁ ଏକାଦଶୀ ” ଭାବେ ଏହି ଦିନକୁ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା, ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ ।

     ପୁନଶ୍ଚ କୁହାଯାଇଛି ଯେ, ଏହି ଏକାଦଶୀ ପାଳନ କରିବା ଫଳରେ ତିନି ପୁଷ୍କର ସ୍ନାନ, କାର୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ । ଏକଥା ମଧ୍ୟ କୁହାଯାଇଛି ଯେ, ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ପାପ ତାଠାରୁ ଦୂରେଇ ଯାଏ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *