ରଥଯାତ୍ରା ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି ସେବାୟତ : ସଂନ୍ଧ୍ୟା ଧୂପ ପରେ ମହାପ୍ରଭୁଙ୍କୁ ଲାଗିହେବ ବାହୁଟକଂଟ

Spread the love

ପୁରୀ : ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ରଥଯାତ୍ରା ନୀତିକାନ୍ତି ନିମନ୍ତେ ଆଜି ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି ଦଇତାପତି ସେବାୟତ । ଏଥିସହ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ସଂନ୍ଧ୍ୟା ଧୂପ ପରେ ମହାପ୍ରଭୁଙ୍କୁ ଲାଗିହେବ ବାହୁଟକଂଟ । ଅନ୍ୟପଟେ ଅଣସର ପୂର୍ବରୁ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।

ଏଠାରେ ଉଲ୍ଲେଖଯୋଗ୍ୟ, ଆସନ୍ତା ୪ ତାରିଖରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ରଥଯାତ୍ରାର ପ୍ରାରମ୍ଭିକ ପର୍ବ ସ୍ନାନପୂର୍ଣ୍ଣମୀରେ ଚତୁର୍ଦ୍ଧାମୂର୍ତି ରତ୍ନବେଦିରୁ ପହଣ୍ଡି ହୋଇ ସ୍ନାନବେଦିରେ ବିରାଜମାନ କରିବେ । ସ୍ନାନବେଦିରେ ୧୦୮ ଗଡ଼ୁ ଅଭିମନ୍ତ୍ରିତ ଅଧିବାସ ଜଳରେ ସ୍ନାନ ପରେ ଭକ୍ତଙ୍କୁ ହାତୀ ବେଶରେ ଦର୍ଶନ ଦେବେ । ଶ୍ରୀ ଜଗନ୍ନାଥଙ୍କୁ ୩୫ ଗଡ଼ୁ ଜଳ, ବଳଭଦ୍ରଙ୍କୁ ୩୩ ଗଡ଼ୁ, ସୁଭଦ୍ରାଙ୍କୁ ୨୨ ଗଡ଼ୁ ଓ ସୁଦର୍ଶନଙ୍କୁ ୧୮ ଗଡ଼ୁ ଜଳରେ ସ୍ନାନ କରାଯିବ । ଅଷ୍ଟଗନ୍ଧ, କୃଷ୍ଣଅଗୁର, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳଜି, ସଂଚିଷ୍ଟା, ତାମ୍ରପର୍ଣ୍ଣି, ଲୋଧା ମିଶ୍ରିତ ହୋଇ ଏହି ଅଧିବାସ ଜଳ ପୂର୍ବ ଦିନରୁ ରଖାଯାଇଥିବ ।

Leave a Reply

Your email address will not be published. Required fields are marked *