ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ |।ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ | ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତନ କରିବେ | ଗତକାଲି ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନିତି ଅନୁଷ୍ଠିତ ହୋଇଥିଲା |

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *