ପୁରୀରେ ରଥଯାତ୍ରା ଦେଖିବେ ମହାମହିମ

Spread the love

ପୁରୀରେ ରଥଯାତ୍ରା ଦେଖିବେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥର ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ। ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୯ ତାରିଖ ଯାଏ ରହିବେ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ। ୭ ତାରିଖରେ ଯିବେ ପୁରୀ ।

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ରୁଟ୍ ଲାଇନ ଉପରେ ଅଧିକ ଗୁରୁତ୍ବ ଦିଆଯିବ ବୋଲି ପୋଲିସ କମିଶନର କହିଛନ୍ତି। 

ତେବେ ଆସନ୍ତା ୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘୋଷଯାତ୍ରାକୁ ଶୃଙ୍ଖଳିତ, ସୁରକ୍ଷିତ ଓ ବ୍ୟବସ୍ଥିତ କରିବା ପାଇଁ ପୁରୀରେ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। 

Leave a Reply

Your email address will not be published. Required fields are marked *