ଭରତପୁର ଥାନା IICଙ୍କ ସମେତ ୫ ସସ୍‌ପେଣ୍ଟ

ଭୁବନେଶ୍ୱର ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ନିର୍ଯାତନା ମାମଲା । ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ପୁଲିସ ଡିଜି ୱାଇ.ବି. ଖୁରାନିଆ। ଭରତପୁର ଥାନାର ପୂର୍ବତନ IIC ଦୀନକୃଷ୍ଣ ମିଶ୍ରଙ୍କୁ ମଧ୍ୟ ସସପେଣ୍ଡ କରାଯାଇଛି। ସେହିପରି SI ବୈଶାଳିନୀ ପଣ୍ଡା, ASI ସଲିଳମୟୀ ସାହୁ ଓ ସାଗରିକା ରଥ ଓ କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବିତ କରାଯାଇଛି। ଏହି ୫ ଜଣଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାଯାଇଛି। ଗତକାଲି ଭରତପୁର ଥାନାର IIC, ଜଣେ ASI ଓ କନଷ୍ଟେବଲଙ୍କୁ ବଦଳି କରାଯାଇଥିଲା। ଆଜି IIC ସମେତ ୫ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ପୁଲିସ ଡିଜି। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଗତକାଲି କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ନିର୍ଦ୍ଦେଶ ଦେଇଥିଲେ। ଭରତପୁର ଥାନା ଏକ ମଡେଲ ଥାନା ହୋଇଥିଲେ ବି ସେଠାରେ ସିସିଟିଭି କ୍ୟାମେରା ନାହିଁ। ଯାହାକୁ ନେଇ ସାଧାରଣରରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *