ନୂଆଁଖାଇ ପାଇଁ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି ଘୋଷଣା କରାଯାଇଛି। ସେହିଦିନ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।
ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଭିନ୍ନ ଜିଲ୍ଲାରେ ନବାନ୍ନ ଲାଗି ପାଇଁ ଲଗ୍ନ ଧାର୍ଯ୍ୟ ହୋଇସାରିଛି। ସମ୍ବଲପୁରରେ ମା’ ସମଲେଇଙ୍କଠାରେ ୮ ତାରିଖ ପୂର୍ବାହ୍ନ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ ନବାନ୍ନ ଲାଗି ନେଇ ଶୁଭଲଗ୍ନ ସ୍ଥିର ହୋଇଛି। ଏହି ସମୟରେ ଲୋକେ ନିଜ ନିଜ ଇଷ୍ଟ ଦେବାଦେବୀଙ୍କ ନିକଟରେ ନବାନ୍ନ ଲାଗି କରି ନୂଆ ଖାଇ ପାରିବେ।
Naxatra News is now on Whatsapp
Join and get latest news update delivered to you via whatsapp
Join Now