ଓଡ଼ିଆ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ହରିହର ମିଶ୍ରଙ୍କ ପରଲୋ

ଓଡ଼ିଆ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ହରିହର ମିଶ୍ରଙ୍କ ପରଲୋକ ହୋଇଛି । ସୋମବାର ସକାଳେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ହରିହର ମିଶ୍ର ଅନେକ ଦିନରୁ କିଡନୀ ରୋଗରେ ପୀଡିତ ଥିଲେ । ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ହୋଇଥିଲା । ତେବେ କିଛି ଦିନ ତଳେ ତାଙ୍କୁ ହସ୍ପିଟାଲରୁ ପୁରୀ ସ୍ଥିତ ବାସଭବନକୁ ଅଣାଯାଇଥିଲା । ସୋମବାର ସ୍ବାସ୍ଥ୍ୟବସ୍ଥା ଅଧିକ ଖରାପ ହେବାରୁ ତାଙ୍କର ଦେହାନ୍ତ ହୋଇଥିଲା ।

ହରିହର ମିଶ୍ରଙ୍କ ବିୟୋଗରେ ରାଜ୍ୟ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି । ଅନେକ କବି , ଲେଖକ ଓ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *