ଆସନ୍ତା ୨୦ରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

Spread the love

ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ ନ୍ୟୁ ମ୍ୟାରିୟନଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ତିନି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ  ଡି.ପୁରନ୍ଦେଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ । କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *