ଅକ୍ଟୋବର ୯ ତାରିଖରେ ଆସିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ସୂଚନା ଅନୁସାରେ ୧୭ ତାରିଖ ଦିନ ସୁଭଦ୍ରା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ ବହୁ ହିତାଧିକାରୀ ପ୍ରଥମ ସୁଭଦ୍ରା କିସ୍ତି ଅପେକ୍ଷାରେ ରହିଛନ୍ତି । ଅନ୍ୟପକ୍ଷରେ ସପ୍ତାହକ ଭିତରେ ୧ କୋଟି ଛୁଇଁବ ‘ସୁଭଦ୍ରା’ ଆବେଦନ ସଂଖ୍ୟା । ଏଯାଏଁ ୯୨ ଲକ୍ଷ ଆବେଦନ କରିସାରିଲେଣି । E-KYC ପାଇଁ ଟିକେ ସମୟ ଲାଗୁଛି । ତେବେ ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଦିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। କିଏ ଆଗ ଓ କିଏ ପରେ ପାଉଛି। କିନ୍ତୁ ସମସ୍ତେ ନିଶ୍ଚିତ ସୁଭଦ୍ରା ଟଙ୍କା ପାଇବେ ବୋଲି ସେ କହିଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now