ବଢୁଛି ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା , ଖୋର୍ଦ୍ଧାରେ ସର୍ବାଧିକ ରୋଗୀ ଚିହ୍ନଟ

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ରାଜ୍ୟରେ ଡେଙ୍ଗୁ ସ୍ଥିତି ଉଦବେଗଜନକ । ରାଜ୍ୟରେ ଏଜାବତ ୫୧୬ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ବର୍ଷ ଏଯାବତ ୨୭୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ ।

ଚଳିତ ବର୍ଷ ଖୋର୍ଦ୍ଧା ରୁ ସର୍ବାଧିକ ୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୭୧ , ସୁନ୍ଦରଗଡ଼ରୁ ୪୩ ଡେଙ୍ଗୁ ଚିହ୍ନଟ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ୩୬ ହଜାର ଡେଙ୍ଗୁ ଟେଷ୍ଟ କରାଯାଇଚି । ଡେଙ୍ଗୁ ନେଇ ସତର୍କ ରହିବାକୁ ସଚେତନ କରାଇବା ସହ ଚିକିତ୍ସା ପାଇଁ ପଦକ୍ଷେପ ନେବାକୁ ସବୁ ଜିଲ୍ଲା ହସ୍ପିଟାଲରେ ଡେଙ୍ଗୁ ୱାର୍ଡ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *