ଶ୍ରୀମନ୍ଦିର ପରିଚାଳନା ବୈଠକ

ପୁରୀ: ଆଜି ନୀଳାଦ୍ରି ଭକ୍ତନିବାସରେ ବସିଛି  ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜା ଶ୍ରୀଦିବ୍ୟସିଂହଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା। ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶ୍ରୀମନ୍ଦିର ପ୍ରଶାସନର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଭୟ ନୀତି ସବ କମିଟି ଓ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ଚୁଡାନ୍ତ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକମାସ ଚୂଡାନ୍ତ ନୀତି ନିର୍ଘଣ୍ଟ ଉପରେ ଆଲୋଚନା ଚାଲିଛି। ସେବାୟତଙ୍କ ପାଇଁ ବାସଗୃହ ପ୍ରକଳ୍ପ ଏବଂ ସେବାୟତ କଲ୍ୟାଣ ଯୋଜନା ସମ୍ପର୍କରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ତେବେ ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ଆଲୋଚନା ହେବା ସମ୍ଭାବନା ରହିଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *