ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି :
‘‘କୁମାରଘାଟରେ ଘଟିଥିବା ଦୁର୍ଘଟଣା ଦୁଃଖଦାୟକ । ଏହି ଦୁର୍ଘଟଣାରେ ନିଜର ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଉଛି । ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’।
‘‘ତ୍ରିପୁରାରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’
Naxatra News is now on Whatsapp
Join and get latest news update delivered to you via whatsapp
Join Now