ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି । ।ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହୋଇଛି ।
ଏହି ପରୀକ୍ଷା ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଆଜି ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now