ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲାରେ ଭାଲୁ ଆକ୍ରଣରେ ବୟସ୍କ ବ୍ୟକ୍ତି ଗୁରୁତର ହୋଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ପିପଲଗୁଡ଼ା ଗ୍ରାମର ଜଣେ ୬୫ ବର୍ଷୀୟ ବୟସ୍କ ବ୍ୟକ୍ତି ଦେବୀ ସିଂ ମାଝି ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି । ବୃଦ୍ଧ ଜଣକ ରାଉ ଜଙ୍ଗଲକୁ ଜାଳେଣି କାଠ ଆଣିବା ପାଇଁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି । ତାଙ୍କୁ ପିପଲଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ କରାଯାଉଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now