ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ: ୨ଜଣ ମୃତ, ୧୦ରୁ ଉର୍ଦ୍ଧ୍ୱ ଆହତ

ଯାଜପୁର ବଡ଼ଚଣା କଡେଇ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। କଲିକତାରରୁ ପୁରୀ ଯାଉଥିବା ଶ୍ୟାମଲୀ ଭଲଭୋ ପାସେଞ୍ଜର ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଏକ ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଛି। ଘଟଣାସ୍ଥଳରେ ଡ୍ରାଇଭର ଓ କଣ୍ଡକ୍ଟରଙ୍କ ମୃତ୍ୟୁ ହୋଇଛି। ୧୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ଅଛନ୍ତି। ତେବେ ସମସ୍ତ ଗୁରୁତରମାନଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୬ଜଣ ଆହତଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଚାଲିଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *