ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମରେ ବିଷାକ୍ତ ଛତୁ ଖାଇ ୧୦ ଜଣ ଗୁରୁତର ହୋଇଥିବା ଜଣାପଡିଛି। ବିଳମ୍ବିତ ରାତିରେ ସମସ୍ତ ଆକ୍ରାନ୍ତଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତରମାନେ ହେଲେ ଚୁଲାମଣି ମାଝୀ, ଲକ୍ଷ୍ମୀଧର ମାଝୀ ଓ ନିଲେନ୍ଦ୍ରି ମାଝୀ। ତେବେ ବିଷାକ୍ତ ଛତୁ ଖାଇ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ବାଭାବିକ ଥିବା ଜଣାପଡିଛି।