ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ଆଜିର ରଥଯାତ୍ରା ସମନ୍ବୟ ବୈଠକ ମଞ୍ଚରୁ ନିର୍ଦ୍ଦେଶ ଦେଇଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏଥର ରଥଯାତ୍ରା ସଫଳ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏନେଇ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ବିରଳ ଓ ଅଦ୍ଭୁତ ରଥଯାତ୍ରା ହେବାକୁ ଯାଉଛି । ଦୀର୍ଘ ୫୩ ବର୍ଷ ପରେ ଚଳିତ ବର୍ଷ ବିରଳ ରଥଯାତ୍ରା ହେବାକୁ ଯାଉଛି। ନୂଆ ସରକାରରେ ଏଭଳି ସୁଯୋଗ ଆସିବା ଆମର ଭାଗ୍ୟ। ଚଳିତବର୍ଷ ୨ ଦିନରେ ରଥଯାତ୍ରା ସମାପନ ହେବ ।ତେଣୁ ସରକାରୀସ୍ତରରେ ଯେଉଁ ଗୋଟିଏ ଦିନର ଛୁଟି ଥିଲା ତାହାକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛି । ରଥଯାତ୍ରା ଯେପରି ସୁରୁଖୁରରେ ସମାପନ ହେବ ସେଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଥଯାତ୍ରା ଦେଖିବା ସହ ରଥ ଟାଣିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ତେଣୁ ଏହା ବେଶ ଖୁସି ଓ ଗୌରବର କଥା । ଏହି ବିରଳ ରଥଯାତ୍ରାକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *