ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ। ବିଭିନ୍ନ ଶୈବପୀଠରେ ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆଙ୍କ ଲମ୍ୱାଧାଡି ଲାଗିଛି । ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ଏହି ମାସରେ କାଉଡିଆମାନେ ରୀତିନୀତି ପାଳନ କରି ନିଷ୍ଠାର ସହ ଜୀବନଯାପନ କରିଥାନ୍ତି । ଶ୍ରାବଣ ମାସସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ଆଣି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ଶୈବପୀଠକୁ ଆଣି ମହାଦେବଙ୍କୁ ଜଳ ଲାଗି କରିଥାନ୍ତି ।ଏଥିପାଇଁ ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡିକରେ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡିକରେ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now