ସକ୍ରିୟ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ : ଆଗାମୀ ୫ ଦିନ ଯାଏଁ ବର୍ଷିବ

ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଗୋଟିଏ ପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି, ଅନ୍ୟପଟେ ଉତ୍ତର ଓଡ଼ିଶା ଉପକୂଳକୁ ଲାଗି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁ ଆଗାମୀ ୩୧ ଯାଏଁ ରାଜ୍ୟ ତମାମ ବର୍ଷାର ପ୍ରଭାବ ରହିବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଥିବା ବେଳେ ଆଲର୍ଟରେ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର ଜିଲ୍ଳାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଦୁଇ ଦିନ ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀ ମାନଙ୍କ ପ୍ରବେଶ ଉପରେ ମଧ୍ୟ ବାରଣ କରାଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *