ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ବନ୍ୟା ବିତ୍ପାତ : ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି

ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ବନ୍ୟା ବିତ୍ପାତ । ଦୁଇ ରାଜ୍ୟରେ ମୋଟ ୨୮ ଜଣ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଆନ୍ଧ୍ରରେ ୧୨ ଏବଂ ତେଲଙ୍ଗାନାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ଭାରତୀୟ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ତେଲଙ୍ଗାନାର ଆଦିଲାବାଦ, ନିଜାମାବାଦ, ରାଜାନ୍ନା ସିର୍ସିଲିଆ, ୟାଡାରି ଭୁବନଗିରି, ଭିକାରାବାଦ, ସାଙ୍ଗାରେଡ୍ଡି, କାମାରେଡ୍ଡି ଓ ମେହବୁବନଗର ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବନ୍ୟା ପରିସ୍ଥିତି ନେଇ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡିଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ରାଜ୍ୟକୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟୱାଡା ଏବଂ ଗୁଣ୍ଟୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ତେଲଙ୍ଗାନା ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଏହି ଦୁଇ ରାଜ୍ୟର ଅଧିକାଂଶ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଆଜି ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *