ସୁଭଦ୍ରା ଫର୍ମ ଦାଖଲ କରିବାର କୌଣସି ଶେଷ ତାରିଖ ନାହିଁ : ପ୍ରଭାତି ପରିଡ଼ା

ସୁଭଦ୍ରା ଫର୍ମ ଦାଖଲ କରିବାର କୌଣସି ଶେଷ ତାରିଖ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଘୋଷଣା କରିଛନ୍ତି । ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏଁ ଫର୍ମ ଗ୍ରହଣ କରାଯିବ । ଏହା ସହିତ ୧୭ ତାରିଖରେ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ବଣ୍ଟନ କରାଯିବ । ଏହା ପରେ ମଧ୍ୟ ଯିଏ ଆବେଦନ କରିବ ସିଏ ମଧ୍ୟ ପ୍ରଥମ କିସ୍ତି ଟଙ୍କା ପାଇ ପାରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟପକ୍ଷରେ ଆଜିଠାରୁ ସୁଭଦ୍ରା ଯୋଜନାରେ ଫର୍ମ ଦାଖଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି । ନିକଟସ୍ଥ ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଅଙ୍ଗନାବାଡ଼ି କେନ୍ଦ୍ରରେ ଫର୍ମ ଦାଖଲ କରାଯାଉଛି । ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ ବଣ୍ଟନ କରିବେ । ରାଜ୍ୟସ୍ତରୀୟ ସମାରୋହ ପାଇଁ ପ୍ରସ୍ତୁତି ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଆଜିଠୁ ଆବେଦନକାରୀଙ୍କ ଠାରୁ ଫର୍ମ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେଉଥିବାରୁ ଆବେଦନ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ ଭାବେ କରାଯିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।  ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟାଳୟରେ ଫର୍ମ ସଂଗ୍ରହ କରାଯିବ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *