ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର। ଗତ ୨ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ- ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତେଣୁ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଜଳକା ନଦୀର ଜଳସ୍ଥର ବଢୁଛି। ଫଳରେ ନଦୀ କୂଳିଆ ଅଂଚଳରେ ବସବାସ କରୁଥିବା ଲୋକଙ୍କୁ ଘାରିଛି ବନ୍ୟା ଆଶଙ୍କା। ଏପରିକି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ଜଳକା ନଦୀର ସତର୍କ ସଙ୍କେତ ୬.୦୦ ମିଟର ରହିଥିବା ବେଳେ ରବିବାର ବିଳମ୍ବିତ ରାତି ୮ଟା ସୁଦ୍ଧା ଏଠାରେ ଏହାର ଜଳସ୍ତର ୬.୫୧ ମିଟର ରହିଥିଲା। ତେବେ ଧୀରେ ଧୀରେ ନଦୀରେ ଜଳ ସଂଖ୍ୟା ବୃଦ୍ଧି ପାଇବାରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ମଧ୍ୟ ଦେଖିବାକୁ ମିଳିପାରେ।
Naxatra News is now on Whatsapp
Join and get latest news update delivered to you via whatsapp
Join Now