ଜାମୁ-କଶ୍ମୀର ବିଧାନସଭା ନିର୍ବାଚନ : ଚାଲିଛି  ମତଦାନ

ଆଜି ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେଉଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ। ପ୍ରଥମ ପର୍ଯ୍ୟାୟରେ ୭ଟି ଜିଲ୍ଲାର ୨୪ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଅଗଷ୍ଟ ୨୦୧୯ରେ ଧାରା ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଏହା ହେଉଛି ପ୍ରଥମ ବିଧାନସଭା ନିର୍ବାଚନ। କିସ୍ତୱାର ଓ ଜଗତୀର ଗୋଟିଏ ମତଦାନ କେନ୍ଦ୍ରରେ ପ୍ରସ୍ତୁତି ଚାଲିଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଦେଇଥିବା ସୂଚନା ଅନୁଯାୟୀ, ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ ୨୧୯ ଜଣ ପ୍ରାର୍ଥୀ ଭାଗ୍ୟ ପରୀକ୍ଷା କରୁଛନ୍ତି। ଏଥିପାଇଁ ନିର୍ବାଚନ ଆୟୋଗ ପକ୍ଷରୁ ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ ୨୭୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ପରେ ୬୦ ଜଣ ନାମ ପ୍ରତ୍ୟାହାର କରି ନେଇଥିବା ବେଳେ ଏବେ ୨୧୯ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *