ରତ୍ନ ଭଣ୍ଡାର ର ଯାଞ୍ଚ

ଆଜି ପୁଣିଖୋଲିବ ରତ୍ନଭଣ୍ଡାର ା ଗୁପ୍ତ ସୁଡଙ୍ଗର ରହସ୍ୟ ଉପରୁ ହଟିପାରେ ପରଦା  ା ଏଏସ୍ଆଇ ପକ୍ଷରୁ ରତ୍ନଣ୍ଡାରର ପ୍ରାମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ ା ଏଏସ୍ଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ । ଏସଓପି ଅନୁସାରେ ରତ୍ନଭଣ୍ଡାର ଯାଞ୍ଚ ବେଳେ ଶ୍ରୀଜିଉଙ୍କ ନୀତିକାନ୍ତିରେ ଯେପରି ବ୍ୟାଘାତ ନଘଟେ, ସେଥିପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ ା   ଅପରାହ୍ନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ସିଂହଦ୍ୱାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିବେ । ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ ରୁମକୁ ସ୍ଥାନାନ୍ତରଣ କରାଯାଇଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ନୀଳାଦ୍ରି ମ୍ୟୁଜିୟମ ନିକଟକୁ ସ୍ଥାନାନ୍ତରିତ ହୋଇ ସାରିଛି । ଭିତର ଓ ବାହାର ରତ୍ନଭଣ୍ଡାରର ନୀରିକ୍ଷଣ କରିବେ ଏଏସ୍ଆଇ ଟିମ୍ 

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *