ମହୁମାଛି ଆକ୍ରମଣ, ଜଣେ ମୃତ

କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ବେନଗାଁ ପଞ୍ଚାୟତ ବେତିଆପଡା ଗାଁରେ ମହୁମାଛି ଆକ୍ରମଣ। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବେତିଆପଡା ଗାଁର ବୁର୍ଜା ମାଝୀ। ସୂଚନାନୁସାରେ ଗତ ଶୁକ୍ରବାର ସନ୍ଧ୍ୟାରେ ବେତିଆପଡା ଗାଁର ୫ଜଣ ବ୍ୟକ୍ତି ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ। ଏହି ସମୟରେ ହଠାତ୍ ଏକ ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ନିକଟସ୍ଥ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏମାନଙ୍କ ସ୍ୱାସ୍ଥ୍ୟବସ୍ତାରେ ସୁଧାର ଆସିବା ପରେ ବେତିଆପଡା ଗାଁକୁ ଫେରି ଆସିଥିଲେ। କିନ୍ତୁ ବୁର୍ଜା ମାଝୀ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ବିଜେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମାଲ ରୁଜୁ କରି ଶବବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଦେବାକୁ ସାଧାରଣରେ ଦାବି ହେଉଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *