ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା : ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା। ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ। ୬୦ ଦିନ ମଧ୍ୟରେ ଆସିବ ତଦନ୍ତ ରିପୋର୍ଟ। ଏହାସହିତ ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି ।ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି। ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି। ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି।ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍ ମଧ୍ୟ କରାଯାଇଛି। ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି ।  ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ପୋଲିସ ଡିଜି ୱାଇ.ବି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *