ମୁମ୍ବାଇ ଚେମ୍ବୁର ଅଞ୍ଚଳରେ ଥିବା ଏକ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଶିଶୁ ମଧ୍ୟ ଅଛନ୍ତି। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଦୋକାନ ଓ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇଁ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ମାତ୍ର ସେତେବେଳକୁ ଗୋଟିଏ ପରିବାରର ୭ ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ୭ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ନେଇ ଅଗ୍ନିଶମ ବାହିନୀ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now