‘ଦମନ’କୁ ମିଳିଲା ଜାତୀୟ ଚ୍ଚଳଚିତ୍ର ପୁରସ୍କାର

୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ଜାତୀୟ ପୁରସ୍କାର ମିଳିଛି। ଦମନ ‘ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ଭାବେ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ନିର୍ଦ୍ଦେଶକ, ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର, ପ୍ରଚ୍ଛଦ କଣ୍ଠଶିଳ୍ପୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନିତ କରିଛନ୍ତି।ସିନେମା ‘ଦମନ’ର କଥାବସ୍ତୁ ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଉପରେ ପର୍ଯ୍ୟବେସିତ। ଦୁର୍ଗମ ଅଞ୍ଚଳରେ ‘ଦମନ’ ନାମରେ ଏକ ଯୋଜନା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇ ସ୍ବତନ୍ତ୍ର ଭାବେ ମ୍ୟାଲେରିଆ ଶିବିର କରାଯାଇ ଏହାର ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ଓଡ଼ିଆ ଫିଲ୍ମ ଦର୍ଶକଙ୍କୁ ବେଶ୍ ପ୍ରଭାବିତ ମଧ୍ୟ କରିଛି।ସୂଚନାଯୋଗ୍ୟ, ପୂର୍ବରୁ ଓଡ଼ିଶାର ରାଜ୍ୟ ସରକାର ଦମନକୁ ଟିକସମୁକ୍ତ କରିଥିଲେ। ଏହାର ମୁଖ୍ୟ ଚରିତ୍ରରେ ବାବୁସାନ ମହାନ୍ତି ଓ ଦ୍ୱୀପାନ୍ବିତ ଦାଶମହାପାତ୍ର ଅଭିନୟ କରିଛନ୍ତି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *