୩ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ମାସ ୩ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ । ୩ରୁ ୭ ତାରିଖ ଯାଏ ସେ ଓଡ଼ିଶା ଗସ୍ତରେ ରହିବେ। ୪ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେଭି ଡେ କାର୍ଯ୍ୟକ୍ରମରେ ଯୋଗ ଦେବେ। ୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ସେପଟେ ନିଜେ ପାଠ ପଢ଼ିଥିବା ଉପରବେଡ଼ା ସରକାରୀ ଉଚ୍ଚବିଦ୍ୟାଳୟକୁ ଯାଇ ସେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବେ। ସେଠାରୁ ନିଜ ରାଇରଙ୍ଗପୁରସ୍ଥ ବାସଭବନରେ ମଧାହ୍ନଭୋଜନ କରିବା ପରେ ଉପଖଣ୍ତ ଚିକିତ୍ସାଳୟରେ ଏସ୍ଏଲ୍ଏସ୍ ଟ୍ରଷ୍ଟ ପକ୍ଷରୁ ପ୍ରଦତ୍ତ ଏକ ଯାନକୁ ଲୋକାର୍ପିତ କରିବେ। ଏଥିସହିତ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପକଙ୍କ ସହିତ ଆଲୋଚନା କରିବା ପରେ ପୁଣେଶ୍ବର ମହାଦେବଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *