ଏହି ତିଥିରୁ ଶୀତବସ୍ତ୍ର ପରିଧାନ କରିବେ ମହାପ୍ରଭୁ

ଶୀତ ପ୍ରକୋପ ପାଇଁ ମହାପ୍ରଭୁଙ୍କ ‘ଘୋଡ଼ ଲାଗି’ ନୀତି ଅନୁଷ୍ଠିତ ହେବ । ଆଜି ମାର୍ଗଶୀର ମାସ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣଷଷ୍ଠୀ ପର୍ବ । ଏହି ତିଥିରୁ ଶୀତବସ୍ତ୍ର ପରିଧାନ କରିବେ ଠାକୁରେ । ଏଣୁ ଶ୍ରୀମନ୍ଦିରର ଦର୍ଜି ସେବକଙ୍କ ଦ୍ୱାରା ଶୀତବସ୍ତ୍ର ପ୍ରସ୍ତୁତ କରାଯାଇଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ପାଇଁ ୪ଟି ଘୋଡ଼ ସହ ଘୋଡ଼ଲାଗି ବେଶ ପାଇଁ ଖଟ ପାଛୋଡ଼ି, ତୁଳିପଟା, ଥୋଡ଼ ପାହାଡ଼ିଆ, ଫୁଲଛେଦା ଆଦି ତିଆରି କରାଯାଇଛି । ପତନୀ, ଗୀତଗୋବିନ୍ଦ ପାଟ ଓ ସୂତାପୁଟାରେ ଠାକୁରଙ୍କ ନୂତନ ବସ୍ତ୍ର ତିଆରି କରାଯାଇଛି । ଏଥିସହିତ ମଦନମୋହନ, ସୁଦର୍ଶନ, ଗରୁଡ଼, ପତିତପାବନ, ଗୁଣ୍ଡିଚାମନ୍ଦିରରେ ବିରାଜିତ ନୃସିଂହ ମହାପ୍ରଭୁ, ସୂର୍ଯ୍ୟଦେବ, ମୁକ୍ତିମଣ୍ଡପ ପାଶ୍ୱର୍ରେ ବିରାଜିତ ନୃସିଂହ ମହାପ୍ରଭୁ, ଦକ୍ଷିଣକାଳୀକା ଓ କାକୁଡ଼ିଖାଇ ଠାକୁରାଣୀଙ୍କ ପାଇଁ ମଧ୍ୟ ପୋଷାକ ତିଆରି କରାଯାଇଛି l ପଞ୍ଚମୀ ରାତିରେ ଚନ୍ଦନଲାଗି ପରେ ତିନି ଠାକୁରଙ୍କ ପାଇଁ ଘୋଡ଼ ୨୧ଟି ସହିତ ବିମଳା, ସରସ୍ୱତୀ, ମହାଲକ୍ଷ୍ମୀ ତଥା ମଦନମୋହନଙ୍କ ଘୋଡ଼ ଅଧିବାସ ହୋଇ ରହିବ । ଷଷ୍ଠୀରେ ଠାକୁରଙ୍କୁ ଘୋଡ଼ ଲାଗି କରାଯାଏ । ମାର୍ଗଶୀର ଶୁକ୍ଳ ଷଷ୍ଠୀଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଏହି ଘୋଡ଼ ଲାଗି ନୀତି ସମ୍ପନ୍ନ ହେବ |

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *