ପହିଲାରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା

()ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ଶ୍ରୀମନ୍ଦିର ଭିତରେ ଧାଡି ଦର୍ଶନକୁ ନେଇ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତିକୁ ନେଇ ସ୍ୱାଗତ କରିଛନ୍ତି ସେବାୟତ ଓ ଭକ୍ତ l ଶ୍ରୀମନ୍ଦିରକୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟକ ଭକ୍ତ ମହାପ୍ରଭୁଙ୍କ ଦର୍ଶନ ଲାଗି ଆସୁଛନ୍ତି। ଡିସେମ୍ୱର ୨୭ ଓ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନ୍ୱୟନ ହୋଇଯିବ। ଗତକାଲି ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିବା ପରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ତେବେ ପରୀକ୍ଷା ମୂଳକ ଭାବେ ୩୦ ଏବଂ ୩୧ରେ ଧାଡି ଦର୍ଶନ ହେବ।୧ ତାରିଖରୁ ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ। ଭକ୍ତମାନେ ସାତ ପାହାଚ ଦ୍ଵାର ଦେଇ ପ୍ରବେଶ କରିବାକୁ ଥିବାବେଳେ ଘଣ୍ଟି ଏବଂ ଗାରଦ ଦ୍ଵାରରେ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ଵାରରେ ମହିଳା ଏବଂ ବରିଷ୍ଠ ନାଗରିକ ପ୍ରସ୍ଥାନ କରିବେ ଏବଂ ଗାରଦ ଦ୍ଵାରରେ ପୁରୁଷମାନେ ଜଗା ଦର୍ଶନ କରିବେ। ଆସନ୍ତା ୨୫ତାରିଖରୁ ପରୀକ୍ଷାମୂଳକ ଭାବେ ବ୍ୟବହାର କରିବା ଲାଗି ସେବାୟତ ମତପ୍ରକାଶ କରିଛନ୍ତି l

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *