ହାତୁଡିରେ ପିଟି ସାଙ୍ଗକୁ ହତ୍ୟା

କେନ୍ଦୁଝର ଯୋଡ଼ାରେ ଚାଞ୍ଚଲ୍ୟ । ହାତୁଡିରେ ପିଟି ଜଣେ ସାଙ୍ଗ ନେଲା ସାଙ୍ଗର ଜୀବନ । ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଆହତ । ଯୋଡ଼ା ପୌରାଞ୍ଚଳର ୬ ନଂ ୱାର୍ଡ଼ ବାଚୁ ହଟିଂ ଅଞ୍ଚଳରେ ଅଭାବନୀୟ ଘଟଣା। ମୃତକ ହେଲେ ଭାଗବତ ବେଶ୍ରା । ଗୁରୁତର ବ୍ୟକ୍ତି ଦଶରଥ କାରୂଆ। ମଙ୍ଗଳବାର ରାତି ପ୍ରାୟ ୮ ଟା ସମୟରେ ଏହି ଘଟଣା ଘଟିଛି। ହତ୍ୟାକାରୀ ସାଙ୍ଗ ଦୁର୍ଗା ନାଏକ ଫେରାର ହୋଇଯାଇଛି। ସୂଚନା ପାଇ ଯୋଡ଼ା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି। ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମକୁ ଡକାଯାଇଛି। ମୃତ ଭାଗବତଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାଟିତୁଣ୍ଡ ହୋଇଥାଏ । ଗତ ଦୁଇ ସପ୍ତାହ ତଳେ ଝଗଡା ହେବା ପରେ ସ୍ଵାମୀ ଭାଗବତ ଘରୁ ପଳାଇ ଆସି ଅଳ୍ପ କିଛି ଦୂରରେ ରହୁଥିବା ତାଙ୍କ ସାଙ୍ଗ ଦୁର୍ଗା ନାଏକଙ୍କ ଘରେ ରହିଆସୁଥିଲେ । ତେବେ ସକାଳୁ ଘର ଭିତରେ ଭାଗବତଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଜାଣିବାକୁ ପାଇଥିଲେ। ସେପଟେ ଆହତ ବ୍ୟକ୍ତି ଦଶରଥ କାରୁଆଙ୍କ କହିବା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଗା ନାଏକ ମଦ ଆଣିବାକୁ ଯାଇଥିବା ବେଳେ ସେ ଏବଂ ଭାଗବତ ବେଶ୍ରା ରୋଷେଇ କରୁଥିଲେ । ପାଖାପାଖି ୮ ଟା ସମୟରେ ଦୁର୍ଗା ନିଶାରେ ଚୁର ହୋଇ ମଦ ନେଇ ଫେରିବା ପରେ ହଠାତ୍ ଏକ ହାତୁଡ଼ି ନେଇ ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲେ। ଏହାପରେ ଭାଗବତଙ୍କୁ ମଧ୍ୟ ଆକ୍ରମଣ କରିଥିଲା ଦୁର୍ଗା। ତେବେ ସେଠାରୁ ଜୀବନ ନେଇ ଖସି ପଳାଇବାକୁ ସକ୍ଷମ ହୋଇଥିଲେ ଦଶରଥ। ହତ୍ୟାକାରୀ ଅଭିଯୁକ୍ତ ଦୁର୍ଗା ନାଏକ ଫେରାର ହୋଇଯାଇଛି। ପ୍ରାୟ ୫ ବର୍ଷ ତଳେ ଦୁର୍ଗା ନିଜ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ଜେଲ୍ ମଧ୍ୟ ଯାଇଥିଲେ। ଅନ୍ୟ ପୋଲିସ୍ ଅଧିକାରୀଙ୍କ ସହ ବଡ଼ବିଲ ଆଡ଼ିସନାଲ ଏସପି ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *