ପୁଣି କମବ୍ୟାକ୍ କରିବ ଶୀତ

ପୁଣି କମବ୍ୟାକ କରିବ ଶୀତ । ଟିକେ କମିଲା ପୁଣି ବଢିବ ଶୀତ । ଖସିବ ରାତି ତାପମାତ୍ର । । ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ । ରାତି ତାପମାତ୍ରା ଖସିବ । ୨ରୁ ୩ ଡିଗ୍ରୀ ଖସିବ ତାପମାତ୍ରା । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ପାଖାପାଖି ରହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।ବୁଧବାର ଓ ଗୁରୁବାର ରାଜ୍ୟର କିଛି ସ୍ଥାନରେ ଅଧିକ କୁହୁଡ଼ି ଦେଖା ଦେଇପାରେ । ବୁଧବାର କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଝାରସୁଗୁଡ଼ା,କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ । ଗୁରୁବାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର,ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *