ବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ

ରାସ୍ତା ପାଇଁ ରାସ୍ତାରୋକ I ମରଣଯନ୍ତା ରାସ୍ତାପାଇଁ ଆଜି ବିନିକା ବନ୍ଦ I ବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ I ବର୍ଷବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ପାପକ୍ଷୟ ଛକରୁ ଡଭଲା ଛକ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଥିବାରୁ ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ସକାଳ ୬ ଘଣ୍ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବିନିକାକୁ ବନ୍ଦ ଡାକରା ଦିଆଯାଇଛି I ତେବେ ମରଣଯନ୍ତା ପାଲଟି ଥିବା ରାସ୍ତାପାଇଁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି I ଯେଉଁଥିପାଇ ଆଜି ବିନିକାକୁ 8 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିନିକା ସଚେତନ ନାଗରିକ ମଞ୍ଚ I ତେବେ ଏଇ ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ଦୋକାନ ବଜାର,ସ୍କୁଲ, କଲେଜ,ବ୍ୟାଙ୍କ,ସରକାରୀ ବେସରକାରୀ ଅନୁଷ୍ଠାନ,ଗାଡି ଚଳାଚଳ ଆଦି ସମ୍ପୂର୍ଣ ଭାବେ ବନ୍ଦ କରାଯାଇଛି I

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *