ବାଲିଯାତ୍ରାରେ ତାରକଶି ଷ୍ଟଲକୁ ସ୍ଥାନ ଓ ଜାତୀୟ ମାନ୍ୟତା ପାଇଁ ଦାବି କଲେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ବହୁ ଉଦ୍ୟମ କରିଥିଲେ। ଏହାର ଉତ୍ତରରେ ସଂସ୍କୃତି ମନ୍ତ୍ରୀ କହିଲେଯେ ଆଗକୁ ତାରକଶି ଷ୍ଟଲ ପାଇଁ ବି ବ୍ୟବସ୍ଥା ହେବ। ହେଲେ ଜାତୀୟ ମାନ୍ୟତା ଦେବା UNESCO ର କାମ।ବାଲିଯାତ୍ରାକୁ UNESCO କିପରି ଜାତୀୟ ମାନ୍ୟତା ମିଳିବ, ସେ ନେଇ ଏକ ବିଶେଷଜ୍ଞ ଟିମ UNESCO ସହ ଯୋଗାଯୋଗରେ ଅଛନ୍ତି। ଆଗକୁ ଜାତୀୟ ମାନ୍ୟତା ମିଳିବାର ଆଶା ରଖାଯାଇଛି କହିଲେ ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ।

Naxatra News is now on Whatsapp
Join and get latest news update delivered to you via whatsapp
Join Now