ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ । ଗତ ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଚାଲିଯାଇଛି ୧୮୫୯ ଜୀବନ ।ଏନେଇ ଗୃହରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉତ୍ତର ରଖିଛନ୍ତି । ରାଜ୍ୟରେ କେତେ ପରିମାଣ ଲୋକ ସାପ କାମୁଡ଼ାରେ ମରିଛନ୍ତି, ସେନେଇ ବସ୍ତା ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ ପଚାରିଥିଲେ । ଯାହାର ଲିଖିତ ଉତ୍ତର ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଦୁଇ ବର୍ଷରେ ୧୮୫୯ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ହୋଇଛି । ଖାଲି ୨୦୨୩-୨୪ ଆର୍ଥିକ ବର୍ଷରେ ୧୧୫୦ ଜଣ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୨୨ ଜଣ ମୃତକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ମିଳିଛି । ସେହିପରି ୨୦୨୪-୨୫ରେ ୭୦୯ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ହୋଇଛି । ଏଥିରୁ ୪୩୫ ଜଣଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି ।
ତେବେ ୨୦୨୩-୨୪ରେ ବାଲେଶ୍ୱରରେ ସର୍ବାଧିକ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ବେଳେ ତା ପଛକୁ କଟକ ଓ ଗଞ୍ଜାମ ରହିଛି । ସେହିପରି ୨୦୨୪-୨୫ରେ କଟକରେ ସର୍ବାଧିକ ଲୋକ ସାପ କାମୁଡ଼ାରେ ପ୍ରାଣ ହରାଇଛି । ତା ପଛକୁ ଗଞ୍ଜାମ ଓ କେନ୍ଦୁଝର ରହିଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now