ଜୁନ ୨୦ରେ ଖୋଲିବ ସ୍କୁଲ

ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍ । ୧୮ ବଦଳରେ ୨୦ ତାରିଖରେ ସ୍କୁଲ ଖୋଲିବ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସୂଚନା ଅନୁସାରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍‌ ୨୩ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା ।
ସେପଟେ ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗ ଚିଠି କରିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *