ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି। ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷ କରି ୨୬ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି

ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହା ସହ ଆଜି ପାଇଁ ମୋଟ୍‌ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *