ଉତ୍ତରାଖଣ୍ଡର ହରିଦ୍ୱାରର ମନସା ଦେବୀ ମନ୍ଦିରର ପାଦଚଲା ରାସ୍ତାରେ ଦଳାଚକଟା ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୬ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ସହିତ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି। ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦଳାଚକଟା ପରେ ଘଟିଥିବା ଦୁର୍ଘଟଣା ସମ୍ପର୍କରେ ଆହତଙ୍କ ମଧ୍ୟରୁ ଜଣେ କହିଛନ୍ତି ଯେ, ହଠାତ୍ ଏକ ଭିଡ଼ ଜମା ହୋଇ ଯାଇଥିଲା ଏବଂ ଦଳାଚକଟା ଘଟିଥିଲା।
Naxatra News is now on Whatsapp
Join and get latest news update delivered to you via whatsapp
Join Now