ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହାସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହାସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ସର୍ବାଧିକ ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହାସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ସର୍ବାଧିକ ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now