ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ଗୃହକୁ ସମ୍ବୋଧିତ କରିବେ । ଏହି ପରିପ୍ରେକ୍ଷୀରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ କିପରି ତ୍ରୁଟିଶୂନ୍ୟ ଓ ସଫଳତାର ସହ ସଂପନ୍ନ ହେବ ସେ ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ଓ ଉପସ୍ଥିତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହି ଅବସରରେ ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ ସିଂହ, ପୋଲିସ୍‌ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ, ଓପିଟିସିଏଲ ସିଏମଡି ଭାସ୍କର ଜ୍ୟୋତି ଶର୍ମା, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ରାଧାକୃଷ୍ଣ ଶର୍ମା, ଭୁବନେଶ୍ୱର-କଟକ ପୋଲିସ କମିଶନର ଏସ୍‌. ଦେବ ଦତ୍ତ ସିଂହ, ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଆର୍‌. ପି କୋଚ୍ଚେ, ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ବିଏମ୍‌ସି କମିଶନର ଚଞ୍ଚଳ ରାଣା, ବିଧାନସଭାର ସଚିବ ସତ୍ୟବ୍ରତ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *