ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନରେ କିଣିବ ଏଫସିଆଇ

ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ(ଚାଉଳ ଆକାର)ରେ କିଣିବ ଏଫସିଆଇ । ଓଡ଼ିଶାରୁ ୫୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ (ଚାଉଳ ଆକାରରେ) ଏଫସିଆଇ କିଣିବା ନିଷ୍ପତ୍ତି ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବ – ଧର୍ମେନ୍ଦ୍ର ପ୍ରଧାନ ।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଅବଗତ କରାଇଲେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଗତ ଅଗଷ୍ଟ ୪ ତାରିଖରେ ‘ଅଲ୍ ଓଡ଼ିଶା ରାଇସ ମିଲର୍ ଆସୋସିଏସନ’ର ପ୍ରତିନିଧିମଣ୍ଡଳୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଭେଟି ଏ ବିଷୟରେ ଆଲୋଚନା କରିବା ସହ ପତ୍ର ଲେଖିଥିଲେ ।ଖରିଫ ଫସଲ ପାଇଁ ଧାନ କିଣିବା ଲକ୍ଷ୍ୟକୁ ୪୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୪୭ ଲକ୍ଷ ମେଟ୍ରିକ୍ ଟନ୍ କରାଯାଇଛି । ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ ଟନ୍ କରିବାର ଆକଳନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି ।କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ପତ୍ରର ଉତ୍ତର ଦେଇ ଶ୍ରୀ ଯୋଶୀ କହିଛନ୍ତି ଯେ ଓଡ଼ିଶାର ଚାଷୀ ଭାଇ ଭଉଣୀଙ୍କ ସ୍ୱାର୍ଥକୁ ରକ୍ଷା କରି ଖରିଫ ଫସଲ ପାଇଁ ଧାନ କିଣିବା ଲକ୍ଷ୍ୟକୁ ୪୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୪୭ ଲକ୍ଷ ମେଟ୍ରିକ୍ ଟନ୍ କରାଯାଇଛି । ସେହିପରି ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ ଟନ୍ କରିବା ପାଇଁ ଆକଳନ କରାଯାଇଛି ।

ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି, ଡବଲ ଇଞ୍ଜିନ ସରକାର ସବୁବେଳେ ‘ଅନ୍ନଦାତା’ଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ଆସିଛନ୍ତି । ଧାନ କିଣା ଲକ୍ଷ୍ୟରେ ୮ ଲକ୍ଷ ମେଟ୍ରିକ୍ ଟନ୍ ବୃଦ୍ଧି ତଥା ମୋଟ ୫୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବା ନିଷ୍ପତ୍ତି ଓଡ଼ିଶାର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବ । ମୋଦୀ ସରକାରଙ୍କ ଏହି ସମୟୋଚିତ ନିଷ୍ପତ୍ତି ରାଜ୍ୟର ଅର୍ଥନୀତି ଓ ଆମ ଚାଷୀ ଭାଇଭଉଣୀଙ୍କ ହାତମୁଠାକୁ ମଜଭୂତ୍ କରିବ ।

ପ୍ରକାଶ ଥାଉ କି, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଅଗଷ୍ଟ ୪ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଭେଟି ଏ ବିଷୟରେ ଆଲୋଚନା କରିଥିଲେ । ବିଶେଷ ଭାବରେ ଓଡ଼ିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଉଷୁନା ଚାଉଳ ଉଠାଣ ସହ ନିର୍ଦ୍ଧାରିତ ଲକ୍ଷ୍ୟ ଠାରୁ ଅଧିକ ଧାନ ସଂଗ୍ରହ କରିବା ପାଇଁ ଆଲୋଚନା କରିବା ସହ ଚିଠି ଦେଇଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *