ମୁଖ୍ୟମନ୍ତ୍ରୀ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ

ନୂଆଦିଲ୍ଲୀ: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀ ସ୍ଥିତ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଅଡିଟୋରିୟମରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ସମ୍ମାନଜନକ ପୁରଷ୍କାର ଗ୍ରହଣ କରିଛନ୍ତି ନବୀନ।

ନବୀନ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡିଶା ଅନ୍ୟ ରାଜ୍ୟ ପାଇଁ ଉଦାହରଣ ପାଲଟିଛି। ବିବିନ୍ନ ସମସ୍ୟା ସମୟରେ ନବୀନ ଆଗକୁ ଆସି ରାଜ୍ୟବାସୀଙ୍କୁ ସହାୟତର ହାତ ବଢାଇଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ସମ୍ମାନିତ କରାଯାଇଛି।  

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *