ଭୁବନେଶ୍ବର: ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।
କର୍ମଚାରୀ ଓ ପେନ୍ସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now