ପ୍ରବଳ ବର୍ଷା ଯୋଗୁଁ କେରଳ ୱାୟନାଡରେ ଭୂସ୍ଖଳନ ହୋଇଛି। ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ୪୭କୁ ବୃଦ୍ଧି ହୋଇଥିବାବେଳେ ଏବେବି ମାଟି ତଳେ ଶତାଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ସ୍ଥଳସେନା ଓ ନୌସେନାର ଯବାନ । ମୃତକଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ରହିଥିବା ସୂଚନା ରହିଛି । ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ ରେସ୍କ୍ୟୁ ଅପରେସନକୁ ଜୋରଦାର କରାଯାଇଛି। ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now