ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ; ୨ ମୃତ,୨୦ରୁ ଅଧିକ ଗୁରୁତର

ଉତ୍ତରପ୍ରଦେଶର ଗୋଣ୍ଡାରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି । ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି । ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଉତ୍ପନ୍ନ ହେଇଛି । ତେବେ ଟ୍ରେନର ୧୦ଟି ବଗି ଲାଇନଚ୍ୟୁତ୍ ହେଇଛି ବୋଲି ଖବର ମିଳୁଛି । ଘଟଣାସ୍ଥଳରେ ରେଳ ବିଭାଗର ଉଚ୍ଚ ଅଧିକାରୀମାନେ ପହଞ୍ଚି ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି । ସୁଚନା ଅନୁଯାୟୀ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *