ବାତିଲ ହେଲା ୧୯ଟି ଟ୍ରେନ,ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

Spread the love

ପଶ୍ଚିମବଙ୍ଗ ନ୍ୟୁଉ ଜଲପାଇଗୁଡ଼ି ରଙ୍ଗପାଣି ଷ୍ଟେସନ ନିକଟରେ କାଂଚନଜଙ୍ଗା ଏକ୍ସପ୍ରେସ ଓ ମାଲଗାଡ଼ି ମଧ୍ୟରେ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୯ରେ ପହଁଚିଛି । ଉଦ୍ଧାରକାମ ସରିଯାଇଥିଲେ ବି ଘଟଣାରେ ଅନେକ ଆହତ ହୋଇଛନ୍ତି । କାଂଚନଜଙ୍ଗା ଏକ୍ସପ୍ରେସ କୋଲକାତା ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି । କାଂଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ମାଲଗାଡ଼ି ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଏକ୍ସପ୍ରେସର ୩ଟି ବଗି ଲାଇନଚ୍ୟୁତ ହୋଇଯାଇଛି । ଦୁର୍ଘଟଣା ପରେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *